16.1 C
Bhubaneswar
Monday, January 12, 2026
Homeଓଡିଶାହାତୀ ଆକ୍ରମଣରେ ବୃଦ୍ଧା ମୃତ

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଭଞ୍ଜନଗର: ଭଞ୍ଜନଗରରେ ହାତୀ ଆତଙ୍କ । ଜଗନ୍ନାଥ ପ୍ରସାଦ ବନାଞ୍ଚଳ ରେଞ୍ଜ ଅନ୍ତର୍ଗତ ନୁନଗୁଣ୍ଡି ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧା ମହିଳା ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତାହତଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁଯାୟୀ, ଉଭୟ ଆଜି ଭୋର ସମୟରେ ଜଙ୍ଗଲ ନିକଟ କ୍ଷେତରୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଆକ୍ରମଣରେ ଘଟଣାସ୍ଥଳରେ ବୃଦ୍ଧା ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ବନ ବିଭାଗ ଅଧିକାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଘଟଣା ପରେ ହାତୀକୁ ନେଇ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ବୃଦ୍ଧାଙ୍କ ମୃତ୍ୟୁ ପରେ ପରିବାରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking