ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଅନ୍ତର୍ଗତ ବାଙ୍କୋଇ ଗ୍ରାମ ପଂଚାୟତର ସରପଂଚ ଶ୍ରୀମତୀ ରଶ୍ମିତା ରାଉତରାୟ, ତାଙ୍କ ପ୍ରତିନିଧି ଶ୍ରୀ ଭାସ୍କର ରାଉତରାୟ, କଲାଙ୍ଗ ଗ୍ରାମ ପଂଚାୟତର ଯୁବ ନେତା ଚିନ୍ମୟ ହୋତା, ଡାବରଧୁଆ ଗ୍ରାମ ପଂଚାୟତର ଯୁବ ନେତା ପାପୁନ ରାଉତ ବିଜୁ ଜନତା ଦଳ ପରିତ୍ୟାଗ କରି ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ଉପସଭାପତି ଡ.ଯତୀନ ମହାନ୍ତିଙ୍କ ଉପସ୍ଥିତିରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରି ଓ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ ।










