28.1 C
Bhubaneswar
Sunday, March 22, 2026
Homeଦେଶ ବିଦେଶମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ମୁମ୍ବାଇ/ରାଞ୍ଜି: ଅପେକ୍ଷାରେ ଅନ୍ତ ଘଟିଛି। ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର ୨୩ରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ। ୧,୦୦,୧୮୬ ପୋଲିଂ ଷ୍ଟେସନ ହେବ। ୯ କୋଟିରୁ ଅଧିକ ଲୋକ ଏଠାରେ ମତାଧିକାର ସାବ୍ୟସ୍ତ କରିବେ। ଏହି ପୋଲିଂ ଷ୍ଟେସନଗୁଡ଼ିକ ମୋଟ ୫୨,୭୮୬ଟି ସ୍ଥାନରେ ତିଆରି କରାଯିବ। ଗ୍ରାମାଞ୍ଚଳରେ ୫୭,୫୮୨ ଓ ସହରାଞ୍ଚଳରେ ୪୨,୬୦୪ଟି ପୋଲିଂ ବୁଥ କରାଯିବ।

ଝାରଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ ରେ ଅନୁଷ୍ଠିତ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି। ଝାରଖଣ୍ଡର ପଞ୍ଜିକୃତ ଭୋଟରଙ୍କ ସଂଖ୍ୟା ୨.୬ କୋଟି। ଏମାନଙ୍କ ମଧ୍ୟରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧.୩୧ କୋଟି ଓ ମହିଳା ଭୋଟରଙ୍କ ସଂଖ୍ୟା ୧.୨୯ କୋଟି। ପ୍ରଥମଥର ଭୋଟ ଦେବାକୁ ଥିବା ଭୋଟରଙ୍କ ସଂଖ୍ୟା ୧୧.୮୪ ଲକ୍ଷ।

ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି। ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି। ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking