27.1 C
Bhubaneswar
Saturday, July 27, 2024
Homeଅପରାଧଭଞ୍ଜନଗରରେ ନିର୍ବାଚନୀ ହିଂସା

ଭଞ୍ଜନଗରରେ ନିର୍ବାଚନୀ ହିଂସା

ଭଞ୍ଜନଗର : ରାଜ୍ୟରେ ଆଜି ଦ୍ୱିତୀୟ ପର୍ୟ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା,କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନ । ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥରେ ଦେଖାଦେଇଛି ନିର୍ବାଚନୀ ହିଂସା । ଏଠାରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ବିଜେପି କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ଆସିଛି । ବୁଥ୍ ରିଗିଂ କରିବାକୁ ଚେଷ୍ଟାବେଳେ ବିଜେପି କର୍ମୀଙ୍କୁ ବିରୋଧ କରିବା ଯୋଗୁଁ ଉଭୟ ଗୋଷ୍ଠୀ ମଧ୍ୟରେ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା କ୍ରମେ ମାରପିଟ୍ ଆରମ୍ଭ ହୋଇଯାଇଥିଲା । ପରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ସୂଚନା ରହିଛି । ତେବେ ଆଜି ଘଷିପୁରା ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ନିର୍ବାଚନ ଅଧିକାରୀ କଠୋର ମତ ପୋଷଣ କରିବା ପରେ ବି ଭଞ୍ଜନଗରରେ ଏହି ଘଟଣା ସାମ୍ନାକୁ ଆସିଛି । ତେବେ ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିଲା । ୫ ଲୋକସଭା ଆସନ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଆରମ୍ଭ ହୋଇଛି। ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି। ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଛି। ରାଜ୍ୟରେ ଆଜି ଦ୍ୱିତୀୟ ପର୍ୟ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ୟ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି। ୧ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ। ୧ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି। ତେବେ ଏହି ପର୍ୟ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking