27.1 C
Bhubaneswar
Wednesday, June 26, 2024
Homeଓଡିଶାବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ

ବୌଦ୍ଧ : ବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ ହୋଇଛି। ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ବରଗାଁ ପଞ୍ଚାୟତ ଘୁଚାଙ୍ଗି ଗାଁ ପାଖ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କୌଣସି କାରଣରୁ ହାତୀଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲା । ଘଟଣାସ୍ଥଳରେ ବନ ବିଭାଗ ଟିମ୍‌ ପପଞ୍ଚି ତଦନ୍ତ ଆରମ୍ଭ କରିଛି।

ସେହିପରି ଗତକାଲି ସମ୍ବଲପୁର ବନଖଣ୍ଡ ବସିଆପଡ଼ା ସେକ୍ସନ ବସିଆପଡ଼ା ବିଟ୍ ଅଧୀନ ରପ୍ଟା ନିକଟରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ମଙ୍ଗଳବାର ଅପରାହ୍ନରେ ବନ ବିଭାଗ ସୂଚନା ପାଇଥିଲା। ଘଟଣାସ୍ଥଳରେ ଏସିଏଫ୍ ତେଜରାଜ ନାୟକଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସମ୍ବଲପୁର ଜିଲ୍ଲାରେ ହାତୀ ମୃତ୍ୟୁ ଘଟଣା ନୂଆଁ ନୁହେଁ। ପୂର୍ବରୁ ମଧ୍ୟ ବିଭିନ୍ନ ସମୟରେ ଏକାଧିକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବାରମ୍ବାର ହାତୀ ମୃତ୍ୟୁ ନେଇ ପରିବେଶ ଏବଂ ବନ୍ୟଜନ୍ତୁ ପ୍ରେମୀ ଉଦବେଗ ପ୍ରକାଶ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking