29.1 C
Bhubaneswar
Thursday, May 2, 2024
Homeଓଡିଶାଆମ୍ବ ଗୋଟେଇବାକୁ ଯାଇଥିବା ବେଳେ ଯୁବକକୁ ଦଳି ଦେଲା ଦନ୍ତା

ଆମ୍ବ ଗୋଟେଇବାକୁ ଯାଇଥିବା ବେଳେ ଯୁବକକୁ ଦଳି ଦେଲା ଦନ୍ତା

ଭବାନୀପାଟଣା/ଲାଞ୍ଜିଗଡ଼ : ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀପଲ ଦଳିଦେବାରୁ ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତିଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼ ବ୍ଲକ ବସନ୍ତପଡ଼ା ଗାଁର ବାଙ୍ଗରା ମାଝୀ(୫୪) । ସେ ଆଜି ସକାଳୁ ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲଙ୍କ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ପଲ ଦଳିଦେବାରୁ ତାଙ୍କ ଶରୀର ସଂପୂର୍ଣ୍ଣ ଭାବେ ଖିନଭିନ ହୋଇଯାଇଛି । ଏ ସଂପର୍କରେ ଖବର ପାଇ ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ବନ ବିଭାଗର କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି । ମୃତ ବାଙ୍ଗରାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ରାଶି ଯୋଗାଇଦେବାକୁ ଦାବି ହେଉଛି । ତେବେ ତଦନ୍ତ ଓ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ଦିଆଯିବ ବୋଲି ବିଶ୍ୱନାଥପୁର ରେଞ୍ଜର ନରୋତମ ମାଝୀ ପ୍ରକାଶ କରିଛନ୍ତି l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking