27.1 C
Bhubaneswar
Saturday, July 5, 2025
Homeଓଡିଶା୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ପ୍ରତାପ...

୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ପ୍ରତାପ ଷଡ଼ଙ୍ଗୀ

– ଜୁଲାଇ ୧ ସୁଦ୍ଧା ରାଜ୍ୟର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ
– କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ଶ୍ରୀ ସଞ୍ଜୟ ଜୟସ୍ୱାଲ୍‌ଙ୍କୁ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦିଆଯାଇଛି
– ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି

ଭୁବନେଶ୍ୱର: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି ।

ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ, ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ଶ୍ରୀ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶ୍ରୀ ଜୟସ୍ୱାଲ ଓଡ଼ିଶା ଗସ୍ତ କରିବେ ବୋଲି ସୂଚନା ପ୍ରାପ୍ତ ହୋଇଛି । ସୂଚନାଯୋଗ୍ୟ, ପ୍ରତି ୩ ବର୍ଷରେ ଥରେ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ବିଗତ ନିର୍ବାଚନ ପରି ଚଳିତ “ସାଙ୍ଗଠନିକ ନିର୍ବାଚନ ୨୦୨୪” ସ୍ଥାନୀୟ ସ୍ତରରୁ ଆରମ୍ଭ ହୋଇ ରାଷ୍ଟ୍ରୀୟ ସଭାପତିଙ୍କ ନିର୍ବାଚନରେ ଶେଷ ହେବ । ଥିମଧ୍ୟରେ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking