23.1 C
Bhubaneswar
Monday, February 2, 2026
Homeଓଡିଶାଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ 20 ହଜାର ଟଙ୍କାର ପେନସନ

ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ 20 ହଜାର ଟଙ୍କାର ପେନସନ

ସଂଗ୍ରାମୀ ମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର

ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ 20 ହଜାର ଟଙ୍କାର ପେନସନ ମିଳିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।

୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ।

ସୂଚନା ଯୋଗ୍ୟ ଯେ 25 ଜୁନ୍ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking