28.1 C
Bhubaneswar
Saturday, April 27, 2024
Homeଓଡିଶାବିଷ୍ଣୁ ସେଠୀଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ବିଷ୍ଣୁ ସେଠୀଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର: ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ମାନେ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ କରି ଶୋକ ପ୍ରକାଶ କରିଥିବା ଦେଖିବାକୁ ମିଳିଛି ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‌ କରି ରାଜ୍ୟପାଳ ଶୋକ ପ୍ରକାଶ କରିଥିବା ବେଳେ, ବିଷ୍ଣୁ ସେଠୀ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଥିଲେ ବୋଲି କହିଛନ୍ତି ।

ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‌ କରି ବୈଜୟନ୍ତ ଲେଖିଛନ୍ତି, ରାଜ୍ୟ ରାଜନୀତିରେ ତାଙ୍କର ଅବଦାନ ମନେ ରହିବ । ତାଙ୍କର ଶୋକ ସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି ।

ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତରେ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୋକ ପ୍ରକାଶ କରିଛନ୍ତି । ସେହିପରି ବିଜେପି ନେତା ବିଜୟ ମହାପାତ୍ର ଓ ବରଗଡ଼ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking