ବ୍ୟୁରୋ : ଗର୍ଭବତୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି । କର୍ମ କ୍ଷେତ୍ରରେ ବି ଗର୍ଭବତୀଙ୍କ ଚିକିସ୍ଛା , ଯତ୍ନ ନେଇ ଅନେକ ଗୁରୁତ୍ୱ ଦିଆଯାଉଛି । ହେଲେ ଏହା ସତ୍ତ୍ୱେ ଜଣେ ଗର୍ଭବତୀ କର୍ମଚାରୀଙ୍କୁ ଉପରିସ୍ଥ ଅଧିକାରୀ ଅସହେଯାଗ କରିଥିବା ଅଭିଯୋଗ ହୋଇଛି । କେନ୍ଦ୍ରାପଡା , ଡେରାବିଶ ବ୍ଲକ ମହିଳା ଓ ଶିଶୁ ସମନ୍ୱିତ ବିଭାଗରୁ ଆସିଛି ଏଭଳି ଅଭିଯୋଗ । ବର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବା ମହିଳା କର୍ମଚାରୀଙ୍କୁ ସିଡିପିଓ ଡାକ୍ତରଖାନା ଛାଡିନଥିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଛି । ଏହାକୁ ନେଇ ଏକ ଭାଇରାଲ ଭିଡିଓ ନଜରକୁ ଆସିଛି । ଅଭିଯୋଗ ଅନୁସାରେ ଡେରାବିଶ ବ୍ଲକ ମହିଳା ଓ ଶିଶୁ ସମନ୍ୱୟ ବିଭାଗରେ କାର୍ଯ୍ୟରତ ବରିଷ୍ଠ ମହିଳା କିରାଣୀ ବର୍ଷା ପ୍ରିୟଦର୍ଶନୀ ମହାପାତ୍ରଙ୍କୁ ଗତ ଶୁକ୍ରବାର କାର୍ଯ୍ୟାଳୟରେ ଥିବାବେଳେ ହଠାତ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ୭ ମାସର ଗର୍ଭବତୀ ଥିଲେ ବର୍ଷା । ଯେତେବେଳେ ସେ ସିଡିପିଓ ସ୍ନେହଲତା ସାହୁଙ୍କୁ ଡାକ୍ତରଖାନା ଯିବାକୁ ଅନୁମତି ମାଗିଥିଲେ ସେ ଅନୁମତି ଦେଇନଥିଲେ । ଓଲଟି ଦୁର୍ବ୍ୟବହାର କରିଥିଲେ । ଏନେଇ ପରିବାର ଲୋକେ ସିଡିପିଓଙ୍କ ବିରୋଧରେ ଲିଖିତ ଅଭିଯୋଗ ହୋଇଛି । ସେପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ସିଡିପିଓ ସ୍ନେହଲତା ସାହୁ ।