17.1 C
Bhubaneswar
Monday, December 22, 2025
Homeଓଡିଶାଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା...

ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଡେସ୍କ୍ କ୍ୟାଲେଣ୍ଡର ରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି । ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ । ଏହି ଅବସରରେ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ l

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking