28.9 C
Bhubaneswar
Tuesday, June 30, 2026
Homeଓଡିଶାଇଗ୍ନୋ ରେ ନାମଲେଖା ଅଗଷ୍ଟ ୧୪ ତାରିଖକୁ ବୃଦ୍ଧି

ଇଗ୍ନୋ ରେ ନାମଲେଖା ଅଗଷ୍ଟ ୧୪ ତାରିଖକୁ ବୃଦ୍ଧି

ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୪ ଶିକ୍ଷା ସତ୍ର ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ । ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଂଛିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଚଳିତବର୍ଷ ଅଗଷ୍ଟ ମାସ ୧୪ ତାରିଖକୁ ବୃଦ୍ଧି କରାଯାଇଛି । ପୁନଃ ପଞ୍ଜିକରଣକୁ ମଧ୍ୟ ଅଗଷ୍ଟ ୧୪ କୁ ବୃଦ୍ଧି କରାଯାଇଛି । ଅଣ୍ଡର ଗ୍ରାଜୁଏଟ (ସ୍ନାତ୍ତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଇଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ ଅନୁସରଣ କରିପାରିବେ କିମ୍ବା ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଇ-ମେଲ ମାଧ୍ୟମରେ ଯୋଗାଯୋଗ କରିପାରିବେ ବୋଲି ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking