37.2 C
Bhubaneswar
Friday, April 19, 2024
Homeଓଡିଶାଟିକା ନେଇ ବି ହେଉନି ଆଣ୍ଟିବଡି

ଟିକା ନେଇ ବି ହେଉନି ଆଣ୍ଟିବଡି

ଭୁବନେଶ୍ୱର: ଭୁବନେଶ୍ୱର ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରି କହିଛନ୍ତି, ଅଗଷ୍ଟରେ ୬ ଶହ ସାମ୍ପଲ ନେଇ ଜେନମ ସିକ୍ୟୁଏନସିଂ କରାଯାଇଥିଲା । ସେଥିରୁ ୪୨୫ ଡେଲଟା ଓ ଅନ୍ୟ ସବୁ ଅଲଗା ଭାରିଆଣ୍ଟ ବାହାରିଥିଲା । ମାତ୍ର କୌଣସି ନୂଆ ମ୍ୟୁଟେସନ ଚିହ୍ନଟ ହୋଇନି । ଡବଲ ଡୋଜ ପରେ ତୃତୀୟ କି ବୁଷ୍ଟର ଡୋଜ ଦେବା ନେଇ ଅନୁଧ୍ୟାନ ଚାଲିଛି ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ , ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୮ ଓ ସ୍ଥାନୀୟ ଅଞ୍ଚଳରୁ ୨୬୨ ଜଣ ଚିହ୍ନଟ ହେବା ସହ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୩ ଜଣ, ବଲାଙ୍ଗୀରରୁ ୩, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧୨ ଜଣ, ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୩୨ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୨୧ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୫, ୭୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦, ୦୦, ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking