17.1 C
Bhubaneswar
Friday, December 19, 2025
Homeଓଡିଶାପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ୱାସ୍ଥ୍ୟ ମନ୍ତ୍ରୀ

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଏପ୍ରିଲ୍ ୧୧ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ ହେବାକୁ ଯାଉଛି। ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି ଆୟୁଷ୍ମାନ କାର୍ଡ ପ୍ରଦାନ କରାଯିବ। ୧ କୋଟି ୩ ଲକ୍ଷ ପରିବାରକୁ ଏହି ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲ୍‌ରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା। ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲ୍‌ରେ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗଦେବେ। ଏଥିପାଇଁ ଜୋରଦାର୍ ପ୍ରସ୍ତୁତି ଚାଲିଛି। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ୱାସ୍ଥ୍ୟବୀମାର ଲାଭ ପାଇବାକୁ ହେଲେ ଲୋକଙ୍କ ପାଖରେ ଆୟୁଷ୍ମାନ କାର୍ଡ ଥିବା ଆବଶ୍ୟକ। ଏହା ମାଧ୍ୟମରେ କାର୍ଡଧାରୀମାନେ ମାଗଣା ଚିକିତ୍ସା ପାଇପାରିବେ। ୭୦ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟହେବେ। କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।

ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଟ୍ରାଫିକ୍‌, ପାର୍କିଂ, ଜଳ ଯୋଗାଣ, ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ତେବେ ଆୟୁଷ୍ମାନ୍ କାର୍ଡ ଲାଗି ଆବେଦନକାରୀ ସେମାନଙ୍କର ନିକଟତମ ଜନସେବା କେନ୍ଦ୍ର ପରିଦର୍ଶନ କରି ଆୟୁଷ୍ମାନ କାର୍ଡ ପାଇଁ ଆବେଦନ କରିପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking