39.1 C
Bhubaneswar
Friday, April 26, 2024
Homeଓଡିଶାନିଜ ଜାଗାରେ ଦୋକାନ କରିଥିବା ବ୍ୟବସାୟୀଙ୍କୁ ଥଇଥାନ କରାଯିବ: ବିଏମସି କମିଶନର

ନିଜ ଜାଗାରେ ଦୋକାନ କରିଥିବା ବ୍ୟବସାୟୀଙ୍କୁ ଥଇଥାନ କରାଯିବ: ବିଏମସି କମିଶନର

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ଅସନ୍ତୋଷ ଦେଖା ଦେବାପରେ ଗତକାଲି ପ୍ରଶାସନ ପକ୍ଷରୁ ଉଚ୍ଛେଦ ବନ୍ଦ କରାଯାଇଥିଲା। ମନ୍ଦିରର ପ୍ରଶାସକଙ୍କ ଅନୁଯାୟୀ ଆଜି ପୂର୍ବାହ୍ନ ୧୧ଟା ବେଳେ ଭୁବନେଶ୍ବର ମହାନଗର ନିଗମ କମିସନରଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରାଯାଇଛି । ଏଥିରେ ଦୋକାନ ହରାଇଥିବା ବ୍ୟବସାୟୀମାନେ ନିଜର ମତ ରଖିପାରିବେ ଏବଂ ସେଥିରେ ଥଇଥାନ ନେଇ ନିଷ୍ପତ୍ତି କରାଯିବ ।
ଆନ୍ଦୋଳନକାରୀଙ୍କ ସହ ଆଲୋଚନା ପରେ ସୂଚନା ଦେଇଛନ୍ତି ବିଏମସି କମିସନର ପ୍ରେମଚାନ୍ଦ ଚୌଧୁରୀ । ସେ କହିଛନ୍ତି ଯେ ଜବରଦଖଲକାରୀଙ୍କୁ ଉଛେଦ କରାଯିବ । ନିଜ ଜାଗାରେ ଦୋକାନ କରିଥିବା ବ୍ୟବସାୟୀଙ୍କ ଥଇଥାନ କରାଯିବ ବୋଲି ବିଏମସି କମିସନର କହିଛନ୍ତି । ଲିଙ୍ଗରାଜ ମନ୍ଦିର ଚାରିପଟେ ଉଚ୍ଛେଦ କାମ ଜାରି ରହିବ । ବିଏମସି କାର୍ଯ୍ୟାଳୟରେ ଆଜି ୧୦ ଜଣିଆ ପ୍ରତିନିଧି ଦଳ ବିଏମସି କର୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ଆଗ ଥଇଥାନ ପରେ ଉଛେଦ ଦାବିରେ ଗତକାଲି ଲିଙ୍ଗରାଜ ଥାନା ଘେରିଥିଲେ ଲିଙ୍ଗରାଜ ସାଂସ୍କୃତିକ ପରିଷଦ ଓ ବରିଷ୍ଠ ନାଗରିକ ମଂଚର ସଦସ୍ୟ । ଏହାପରେ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ପ୍ରଶାସନ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking