27.1 C
Bhubaneswar
Sunday, September 8, 2024
Homeଓଡିଶାପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ବୟସାଧିକ୍ୟ ରୋଗରେ ପୀଡ଼ିତ ହୋଇ ସ୍ୱର୍ଗତ ଉଲାକା ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ୮୬ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକକୁ ଦୁଇ ପୁଅ ଓ ତିନି ଝିଅ ତାଙ୍କ ନିକଟରେ ଥିଲେ। ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା। ସ୍ୱର୍ଗତ ଡମ୍ବରୁଧର ଉଲାକା ୧୯୭୨ ମସିହାରେ ତାଙ୍କ ରାଜନୈତିକ ଯାତ୍ରା ଆରମ୍ଭ କରିଥିବା ବେଳେ ବିଷମ କଟକ ନିର୍ବାଚନ ମଣ୍ଡଳିରୁ ୭ଥର ବିଧାୟକ ହୋଇଥିଲେ। ୧୯୮୫ମସିହାରେ ସେ ଅବକାରୀ, ସହର ଉନ୍ନତିକରଣ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ହୋଇଥିଲେ। ସ୍ୱର୍ଗତ ଡମ୍ବରୁଧର ଉଲାକାଙ୍କ ମରଶରୀର ତାଙ୍କ ଜନ୍ମମାଟି ବାଙ୍କିଲିକୁ ଅଣାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking