29.1 C
Bhubaneswar
Saturday, April 27, 2024
Homeଓଡିଶାପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସନାତନ ବିଶିଙ୍କ ପରଲୋକ

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସନାତନ ବିଶିଙ୍କ ପରଲୋକ

ସମ୍ବଲପୁର : ଓଡ଼ିଶାର ବରିଷ୍ଠ ରାଜନେତା ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ଶନାତନ ବିଶିଙ୍କ ପରଲୋକ । ଆଜି ସକାଳୁ ହୀରାକୁଦ କଲୋନୀସ୍ଥିତ ବାସଭବନରେ ପରଲୋକ ହୋଇଛି ବୋଲି ସୂଚନା ମିଳିଛି । କିଛିଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ହୋଇଥିଲା । ସମ୍ବଲପୁର ସହରର ଦଳେଇପଡ଼ାସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବାର ସୂଚନା ମିଳିଛି। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପତ୍ନୀ ଯାଜ୍ଞସେନୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ସନାତନ ବିଶି ୧୯୯୪ ରୁ ୨୦୦୦ ମସିହା ଯାଏଁ ଜନତା ଦଳର ରାଜ୍ୟସଭା ସଦସ୍ୟ ଥିଲେ। ଏହାପରେ ସେ ୨୦୦୦ ଓ ୨୦୦୪ରେ ଦୁଇ ଥର ବିଜେଡି ଟିକେଟରେ ରେଢାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ସନାତନ ବିଶି ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ସମ୍ବଲପୁରରେ ଶୋକର ଛାୟା ଖେଳିଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking