27.1 C
Bhubaneswar
Sunday, July 7, 2024
Homeଓଡିଶାପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ

ଭୁବନେଶ୍ବର: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସୁରେନ୍ଦ୍ରନାଥ ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking