ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ଆଜି କରୋନାରେ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୀର୍ଘଦିନ ଧରି ସେ କୋଭିଡ ପରବର୍ତ୍ତୀ ଜଟିଳତା ଯୋଗୁଁ ଚିକିତ୍ସାଧୀନ ରହିଥିଲେ । ଥିଲେ । ସେ ସୁସ୍ଥ ହୋଇଯିବେ ବୋଲି ସମସ୍ତେ ପ୍ରାର୍ଥନା କରୁଥିଲେ । ମାତ୍ର କରୋନା ସହ ସଂଗ୍ରାମ କରି ଶେଷରେ ସେ ଜୀବନଯୁଦ୍ଧରେ ହାରିଯାଇଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ପରଲୋକ ନେଇ ତାଙ୍କ ସଂପର୍କୀୟ ସୂଚନା ପ୍ରଦାନ କରିଛନ୍ତି । ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ ରାଉତରାୟ । ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ଜିତିଥିଲେ ବିଜୟଶ୍ରୀ । ନବୀନ ସରକାରରେ ଏକାଧିକ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ ଶ୍ରୀ ରାଉତରାୟ ।
ତେବେ ବିଜୟଶ୍ରୀଙ୍କ କରୋନା ପଜିଟିଭ୍ ହେବା ନେଇ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଥିଲେ ” ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ବିଜୟଶ୍ରୀ ରାଉତରାୟ କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।”