18.1 C
Bhubaneswar
Friday, December 27, 2024
Homeଓଡିଶାହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି

କଟକ: ହାଇକୋର୍ଟରେ ଝାରସୁଗୁଡ଼ା ବିଧାନସଭା ଆସନ ନିର୍ବାଚନ ପ୍ରସଂଗ ପହଞ୍ଚିଛି । ପୂର୍ବତନ ବିଧାୟକ ଦୀପାଳି ଦାସ ହାଇକୋର୍ଟରେ ନିର୍ବାଚନୀ ମୋକଦ୍ଦମା ରୁଜୁ କରିଛନ୍ତି । ଝାରସୁଗୁଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା ପାଇଁ ପରାଜିତ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଏହି ମାମଲା ରୁଜୁ କରିଛନ୍ତି ।

ନାମାଙ୍କନ ବେଳେ ଶ୍ରୀ ତ୍ରିପାଠୀ ଦାଖଲ କରିଥିବା ସତ୍ୟପାଠ ତ୍ରୁଟିପୂର୍ଣ୍ଣ ଓ ଏଥିରେ ତାଙ୍କ ବିରୋଧରେ ଥିବା ଅପରାଧିକ ମାମଲା ସଂପର୍କିତ ସଂପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇ ନାହିଁ ବୋଲି ଆବେଦନରେ ଦର୍ଶାଯାଇଛି । ମିଥ୍ୟା ସତ୍ୟପାଠ ଦେଇଥିବାରୁ ଜନ ପ୍ରତିନିଧି ଆଇନ ଅନୁସାରେ ଶ୍ରୀ ତ୍ରିପାଠୀଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରାଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking