28.1 C
Bhubaneswar
Sunday, April 28, 2024
Homeଓଡିଶାଆଇଏଏସ୍ ଅଧିକାରୀଙ୍କ ସ୍ତରରେ ଅଦଳବଦଳ

ଆଇଏଏସ୍ ଅଧିକାରୀଙ୍କ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ପ୍ରଶାସନରେ କାର୍ଯ୍ୟରତ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ରାଜ୍ୟ ପ୍ରଶାସନର କେତେ ଜଣ ଶୀର୍ଷ ଅଧିକାରୀଙ୍କୁ ନୂତନ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜ୍ୟ ପ୍ରଶାସନର ୨ଜଣ ବରିଷ୍ଠ ଆଇଏଏସ୍ ଜିଭିଭି ଶର୍ମା ଓ ମଧୁସୂଦନ ପାଢୀ ଚଳିତ ମାସ ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ଯାଉଛନ୍ତି। ଅନୁରୂପ ଭାବେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା କେନ୍ଦ୍ରୀୟ ଡେପୁଟେସନରେ ଯାଉଛନ୍ତି। ରାଜ୍ୟ ପ୍ରଶାସନ ତାଙ୍କୁ ଶନିବାର ଦାୟିତ୍ୱ ମୁକ୍ତ କରିସାରିଛି। ଏହି ପରିପ୍ରେକ୍ଷୀରେ କାର୍ଯ୍ୟରତ ୬ଜଣ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବା କୁହାଯାଉଛି।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୭ ବ୍ୟାଚ୍ ଆଇଏଏସ୍ ତଥା ଜିଏଏ ଡିଜି ଆରକେ ଶର୍ମାଙ୍କୁ କଟକସ୍ଥିତ ରାଜସ୍ୱ ପର୍ଷଦର ସଦସ୍ୟ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ଶ୍ରୀ ଶର୍ମା ଅତିରିକ୍ତ ଭାବେ ଜିଏଏ ଡିଜି ଦାୟିତ୍ୱ ମଧ୍ୟ ତୁଲାଇବେ। ଜିଭିଭି ଶର୍ମା ୩୧ତାରିଖରେ ଅବସର ନେବାପରେ ଶ୍ରୀ ଶର୍ମା ରାଜସ୍ୱ ପର୍ଷଦର ସଦସ୍ୟ ଭାବେ କାର୍ଯ୍ୟ କରିବେ। ୧୯୮୯ ବ୍ୟାଚ୍ ଆଇଏଏସ୍ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ କୃଷି ଉତ୍ପାଦନ କମିଶନର(ଏପିସି) ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ଶ୍ରୀ ଜେନା ଯୋଜନା ଓ ସଂଯୋଜନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର ଓ ଓସଡମା ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ୧୯୯୧ ବ୍ୟାଚ୍ ଆଇଏଏସ୍ ତଥା ରାଜସ୍ୱ ସଚିବ ସତ୍ୟବ୍ରତ ସାହୁଙ୍କୁ ଅତିରିକ୍ତ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ୱ ନ୍ୟସ୍ତ ହୋଇଛି। ୩୧ତାରିଖରେ ମଧୁସୂଦନ ପାଢୀ ଅବସର ନେବା ପରେ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ।

୧୯୯୩ ବ୍ୟାଚ୍ ଅଧିକାରୀ ତଥା ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶ୍ରୀ ସିଂ ଏଥିସହ ଓଏମସି , ଓଏମଇସିଏଲ୍ ,ଇଡକଲ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ୧୯୯୬ ବ୍ୟାଚ୍ ଅଧିକାରୀ ତଥା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେ ଓଏସଏସଏସସି ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା ୨୦୦୬ ବ୍ୟାଚ୍ ଅଧିକାରୀ ରୂପାରୋଶନ ସାହୁଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଟିଇ ଏବଂ ଏସସିଇଆରଟି ନିର୍ଦ୍ଦେଶକ ଓ ଇଂରାଜୀ ଭାଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶାଶ୍ୱତ ମିଶ୍ର ଏବେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ଶ୍ରୀମତୀ ସାହୁ ଦାୟିତ୍ୱ ନେବା ପରେ ଶ୍ରୀ ମିଶ୍ର ଦାୟିତ୍ୱ ମୁକ୍ତ ହେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking