28.1 C
Bhubaneswar
Thursday, March 28, 2024
Homeଓଡିଶାବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଦୁଇ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍ ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରରାୟ ସରକାରୀ ଚାକିରିରୁ ଅବସର ନେଇଛନ୍ତି । ଶ୍ରୀମତୀ ଶର୍ମା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବାବେଳେ ଶ୍ରୀ ସୁନ୍ଦରରାୟ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିଲେ । ଏହି ଦୁଇ ବରିଷ୍ଠ ଆଇଏଏସଙ୍କ ଅବସର ପରେ ରାଜ୍ୟ ସରକାର ଆଇଏଏସ୍ ସତ୍ୟବ୍ରତ ସାହୁ ଓ ଚିତ୍ରା ଅରୁମୁଗମଙ୍କୁ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୧ ବ୍ୟାଚ୍ ବରିଷ୍ଠ ଆଇଏଏସ୍ ସତ୍ୟବ୍ରତ ସାହୁ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶ୍ରୀ ସାହୁ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହିତ ସେ ଅତିରିକ୍ତ ଭାବେ ସ୍ୱତନ୍ତ୍ର ରିଲିଫ କମିଶନର ଓ ରାଜ୍ୟ ଓଡ଼ିଆ ଭାଷା ସଂସ୍କୃତି ବିଭାଗର ଦାୟିତ୍ୱ ତୁଲାଉଛନ୍ତି । ସେହିପରି ୧୯୯୫ ବ୍ୟାଚ୍ ଆଇଏଏସ୍ ଚିତ୍ରା ଅରୁମୁଗମ ଏବେ ଯୋଜନା ଓ ସଂଯୋଜନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଅତିରିକ୍ତ ଭାବେ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ନ୍ୟସ୍ତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking