40.1 C
Bhubaneswar
Thursday, April 25, 2024
Homeଓଡିଶାଆଇଏଏସ୍ ସ୍ତରରେ ଅଦଳବଦଳ

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏ ସସ୍ତରରେ ତଥା ମୁଖ୍ୟ ସଚିବ ପାହ୍ୟାର ଅଫିସରଙ୍କ ମଧ୍ୟରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରରୁ ଡେପୁଟେସନରେ ଫେରିଥିବା ୧୯୮୬ ବ୍ୟାଚ୍ ଆଇଏଏସ୍ ଜିଭିଭି ଶର୍ମାଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭିନ୍ୟୁର ସଦସ୍ୟ ଭାବେ ନିଯୁକ୍ତି ମିଳିଛି । ସେହିପରି ବୋର୍ଡ ଅଫ ରେଭିନ୍ୟୁ ସଦସ୍ୟ ଭାବେ କାର୍ଯ୍ୟ କରୁଥିବା ୧୯୮୮ ବ୍ୟାଚର ଆଇଏଏସ୍ ସିଜେ ବେଣୁଗୋପାଳଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି । ଶ୍ରୀ ବେଣୁଗୋପାଳ ମଧ୍ୟ ପୂର୍ବଭଳି ନୂଆଦିଲ୍ଲୀରେ ମୁଖ୍ୟ ଆବାସିକ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। କେବିକେ ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରୁଥିବା ୧୯୮୬ ବ୍ୟାଚର ଆଇଏଏସ୍ ସୁଦର୍ଶନ ପାଲ ଠାକୁର ଏଣିକି କେବଳ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking