27.1 C
Bhubaneswar
Saturday, July 27, 2024
Homeଓଡିଶାସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ମାଓବାଦୀ ନିହତ

ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷା କର୍ମୀ । ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking