30.1 C
Bhubaneswar
Tuesday, February 24, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking