29.1 C
Bhubaneswar
Wednesday, May 1, 2024
Homeଓଡିଶାହାଇକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା; ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

ହାଇକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା; ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି । ନିମ୍ନଅଦାଲତ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ପ୍ରତିପକ୍ଷ ରଂଜିତ୍ ବରାଳ ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ଅଧିକ ସମୟ ଦେବା ନିମନ୍ତେ ହାଇକୋର୍ଟରେ ଆବେଦନ କରିଥିଲେ । ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି ଆବେଦନ ମଞ୍ଜୁରୀ କରିବା ସହ ପରବର୍ତ୍ତି ଶୁଣାଣି ପାଇଁ ଆସନ୍ତା ଏପ୍ରିଲ୍ ୨୨ ତାରିଖକୁ ଧାର୍ଯ୍ୟ କରିଛନ୍ତି । ସୂଚନାଯୋଗ୍ୟ, ୨୦୨୧ ମସିହା ଜାନୁୟାରୀ ୨ ତାରିଖରେ ମାହାଙ୍ଗାରେ ଭାରତୀୟ ଜନତା ପାର୍ଟି ନେତା କୂୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ଏହି ଘଟଣାରେ ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ କରାଯାଇଥିଲା । ହେଲେ ମାହାଙ୍ଗା ଥାନା ପୁଲିସ୍ ଏହି ହତ୍ୟା ମାମଲାରେ ଅଭିଯୋଗଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍ ଦେଇଥିଲା । ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହାଜର ହେବାକୁ କୁହାଯାଇଥିଲା । ତେବେ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ଶ୍ରୀ ଜେନାଙ୍କ ପକ୍ଷରୁ ହାଇକୋର୍ଟରେ ପିଟିସନ ଦାୟର କରାଯାଇଥିଲା । ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ । ଗତ ମାର୍ଚ୍ଚ ୨୮ ତାରିଖ ଶୁଣାଣିରେ ରଞ୍ଜିତ୍ ବରାଳଙ୍କ ଯୁକ୍ତି ଉପରେ ଶ୍ରୀ ଜେନାଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଥିଲା । ଏଥିସହ କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ହାଇକୋର୍ଟ ଆଦେଶ ଦେଇଥିଲେ । ବିଧାୟକ ଜେନାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking