30.1 C
Bhubaneswar
Saturday, February 14, 2026
Homeଓଡିଶାମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ : ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।

ସୂଚନାଯୋଗ୍ୟ, ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ୧୩ ନମ୍ବର ମୁଦାଲା ଥିଲେ। ଚାର୍ଜସିଟ୍‌ରେ ପ୍ରତାପଙ୍କ ନାଁ ନ ଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା।ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା। ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ପ୍ରତାପ ହାଇକୋର୍ଟ ଯାଇଥିଲେ। ତେବେ ହାଇକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖି ପ୍ରତାପ କହିଛନ୍ତି, ସତ୍ୟର ସବୁବେଳେ ଜୟ ହୁଏ।

୨୦୨୧ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳ (୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ହୋଇଥିଲା ମାମଲା । ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିଲା। ଏହାକୁ ନେଇ ପ୍ରତିପକ୍ଷ ଲଢ଼େଇ ଜାରି ରଖିଥିଲେ।

ଗତ ବର୍ଷ ସେପ୍ଟେମ୍ବର ମାସରେ ସାଲେପୁର ଜେଏମ୍‌ଏଫସି କୋର୍ଟ ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ସାଲେପୁର ଜେଏମ୍‌ଏଫସି କୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ, ସେଥିରେ ସ୍ପଷ୍ଟ ଭାବେ କହିଥିଲେ ଯେ ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking