ଭୁବନେଶ୍ୱର: ବହୁର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା । ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ । ସାଲେପୁର ଏଡିଜେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ତେବେ ପ୍ରମାଣ ଅଭାବରୁ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଛି । ଗତ ୨୦୨୧ ମସିହା ୨ ଜାନୁଆରୀରେ ଏହି ହତ୍ୟାକାଣ୍ଡ ଘଟିଥିଲା । ଉକ୍ତ ଦିନ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ନିର୍ମମଭାବେ ହତ୍ୟା କରାଯାଇଥିଲା ।
ଚଳିତ ବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ନୃତାଙ୍ଗ ପଞ୍ଚାୟତର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ମାହାଙ୍ଗା ବିଜେପିର ବରିଷ୍ଠ ନେତା କୁଳମଣି ବରାଳ (୭୫ ବର୍ଷ) ଓ ତାଙ୍କ ସମ୍ପର୍କୀୟ ଦିବ୍ୟସିଂହ ବରାଳ (୮୨ ବର୍ଷ)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା ।