ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କରାଯାଇଛି । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ଥିଲା । ତେଣୁ ରାଜ୍ୟ ସରକାର ଏହାକୁ ଆଉ ଏକ ବର୍ଷ ନିମନ୍ତେ ବୃଦ୍ଧି କରିଛନ୍ତି । ତେଣୁ ଗତ ବର୍ଷର ତାଲିକା ଚଳିତ ବର୍ଷ ମଧ୍ୟ କାର୍ଯ୍ୟ କରିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଗତ ୨୨ ତାରିଖରେ ବିଧାନସଭାରେ ଉଠିଥିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ପ୍ରସଙ୍ଗ । ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ଏନେଇ ଗୃହରେ ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ରାଜ୍ୟର ସାମ୍ବାଦିକଙ୍କ ପାଇଁ ଉଦ୍ଧିଷ୍ଟ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାର ସମୟ ଅବଧି ଅଗଷ୍ଟ ୩୧ ତାରିଖରେ ଶେଷ ହେଉଛି । ପ୍ରତିବର୍ଷ ଜୁନ୍ ବା ଜୁଲାଇ ମାସରୁ ଏହାର ନବୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହେଇଥାଏ ।










