31.1 C
Bhubaneswar
Monday, May 20, 2024
Homeଅପରାଧଏକତରଫା ପ୍ରେମରେ ବିଫଳ : ପ୍ରେମିକର ବର୍ବର କାଣ୍ଡ

ଏକତରଫା ପ୍ରେମରେ ବିଫଳ : ପ୍ରେମିକର ବର୍ବର କାଣ୍ଡ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଜବଲପୁରରେ ଘଟିଛି ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଏକତରଫା ପ୍ରେମ କରି ପସ୍କୋ ଆକ୍ଟରେ ଗିରଫ ହୋଇଥିବା ଅଭିଯୁକ୍ତ ଘଟାଇଛି ଜଘନ୍ୟ କାଣ୍ଡ। ଅଭିଯୁକ୍ତଜଣକ ଜେଲ୍‌ରୁ ଫେରିବା ପରେ ନାବାଳିକାର ପିତା ଓ ୮ ବର୍ଷୀୟ ଭାଇକୁ ଅତି ନିର୍ମମ ଭାବେ ହତ୍ୟା କରିଛି। ଏହାପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି ପେଟିରେ ଓ ଫ୍ରିଜରେ ଭର୍ତ୍ତି କରି ନାବାଳିକାକୁ ଅପହରଣ କରି ଫେରାର ହୋଇ ଯାଇଛି। ଏପରି ଏକ ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଏହି ଘଟଣା ଜବଲପୁରର ସିଭିଲ ଲାଇନ୍‌ ଥାନା ଅଞ୍ଚଳରେ ଥିବା ମିଲେନିୟମ କଲୋନୀରେ ଘଟିଛି। ଏହି କଲୋନୀରେ ୫୨ ବର୍ଷୀୟ ରାଜକୁମାର ନିଜ ନାବାଳିକା ଝିଅ ଓ ୮ ବର୍ଷୀୟ ପୁଅ ସହ ରହୁଥିଲେ। ତାଙ୍କ ପଡ଼ୋଶୀ ମୁକୁଳ ସିଂ ନାମକ ଯୁବକ ରାଜକୁମାରଙ୍କ ଝିଅକୁ ହଇରାଣ କରୁଥିଲେ। ଏନେଇ ରାଜକୁମାରଙ୍କ ଅଭିଯୋଗ ଆଧାରରର ପୁଲିସ୍‌ ମୁକୁଳ ସିଂଙ୍କୁ ପସ୍କୋ ଆକ୍ଟରେ ଗିରଫ କରିଥିଲା। ମାତ୍ର ସେ ଜେଲ୍‌ରୁ ମୁକୁଳିବା ପରେ ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ।ଘଟଣା ଦିନ ସେ ରାଜକୁମାର ଓ ତାଙ୍କ ପୁଅକୁ ଅତି ନିର୍ମମ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲେ। ପିଲାଟିକୁ ହତ୍ୟା କରିବା ପରେ ମୁକୁଳ ସିଂ ତାକୁ ଖଣ୍ଡ ଖଣ୍ଡ କରି ପେଟିରେ ଓ ଫ୍ରିଜ ଭିତରେ ଭର୍ତ୍ତି କରି ଦେଇଥିଲା। ଏହାପରେ ନାବାଳିକାଙ୍କୁ ଧରି ସେଠାରୁ ଫେରାର ହୋଇ ଯାଇଥିଲା। ଏହାପରେ ନାବାଳିକାଙ୍କ ଫୋନ୍‌ରୁ ତାଙ୍କର ଜଣେ ସମ୍ପର୍କୀୟଙ୍କୁ ମେସେଜ କରି ଘରେ ରାଜକୁମାର ଓ ତାଙ୍କ ପୁଅଙ୍କ ଶବ ପଡ଼ିଥିବା ଜଣାଇଥିଲେ ମୁକୁଳ ସିଂ । ଖବର ପାଇ ପୁଲିସ୍‌ ପହଞ୍ଚି ଘରୁ ବାପପୁଅଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ୍‌ ଏକ ନାବାଳିକାଙ୍କ ସନ୍ଧାନ ଆରମ୍ଭ କରିଛି। ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବାକୁ ପୁଲିସ୍‌ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking