28.1 C
Bhubaneswar
Thursday, March 28, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ମୃତ, ୮ ଆହତ

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ମୃତ, ୮ ଆହତ

ଗୋରଖପୁର : ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଗାଡି ଚାଳକର ଆଖି ଲାଗି ଯିବାରୁ ପିକଅପ୍‌‌ ଭ୍ୟାନ ଅନିୟନ୍ତ୍ରିତ ହୋଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୮ ଜଣ ଆହତ ହୋଇଛନ୍ତି।

ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି। ଏହି ଦୁର୍ଘଟଣା ଗୋଲା ଥାନା ଅନ୍ତର୍ଗତ ଗୋପାଳପୁର-ମାହ୍ଲନପାର ମାର୍ଗରେ ସ୍ଥିତ ପରସିୟା ରାବତ ଗାଁ ନିକଟରେ ବୁଧବାର ରାତିରେ ଘଟିଛି। ଗାଡି ଦ୍ରୁତ ଗତିରେ ଥିବାରୁ ଦୁର୍ଘଟଣା ସମୟରେ ଘଟଣା ସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking