28.1 C
Bhubaneswar
Thursday, September 19, 2024
Homeଓଡିଶାମର୍ମନ୍ତୁଦ ଦୁର୍ଘଟଣା : ୧ ମୃତ, ୩ ଗୁରୁତର

ମର୍ମନ୍ତୁଦ ଦୁର୍ଘଟଣା : ୧ ମୃତ, ୩ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ହେଲେ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଜାମୁଟବାହାଲ ଗାଁର ମହାଜନ ସିଂ । ସୂଚନା ଅନୁଯାୟୀ, ମହାଜନ ଓ ନୀଳମଣି ଏକ ବାଇକ୍‌ରେ ଯାଉଥିବା ବେଳେ ଅପର ପାର୍ଶ୍ୱରୁ ଖୁଣ୍ଟପାଲି ଗାଁର ପିଣ୍ଟୁ କୁମ୍ଭାର ଓ ଦେବାଶିଷ ବାରିକ ଏକ ବାଇକ୍‌ରେ ଆସୁଥିଲେ। ଖୁଣ୍ଟପାଲି ଗାଁ ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।ଫଳରେ ଘଟଣାସ୍ଥଳରେ ହିଁ ମହାଜନଙ୍କ ମୃତ୍ୟୁ ଘଟିଥିବା ବେଳେ ଉଭୟ ବାଇକରେ ଥିବା ୩ ଜଣ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ସମସ୍ତଙ୍କୁ ଡୁଙ୍ଗୁରିପାଲି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଡୁଙ୍ଗୁରିପାଲି ପୁଲିସ ପହଞ୍ଚି ଶବକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking