34.5 C
Bhubaneswar
Tuesday, April 7, 2026
Homeଅପରାଧବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦ୍ରାପଡ଼ା : ବିଦ୍ୟୁତ ବିଭାଗର କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଆହତ ବିଦ୍ୟୁତ କର୍ମଚାରୀ ରାଜେନ୍ଦ୍ର ପଲେଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ସଂଧ୍ୟା଼ରେ ରାଜେନ୍ଦ୍ର ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ନିଆଳ ପଞ୍ଚାୟତ ଅଫିସ ସମ୍ମୁଖରେ ୭ରୁ ୮ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ଖଣ୍ଡା ଓ ଭୁଜାଲିରେ ଦୁର୍ବୃତ୍ତମାନେ ରାଜେନ୍ଦ୍ରଙ୍କୁ ସଂଘବଦ୍ଧ ଆକ୍ରମଣ କରି ସେଠାରୁ ପଳାଇଯାଇଥିଲେ। ସ୍ଥାନୀୟ ଲୋକେ ରାଜେନ୍ଦ୍ରଙ୍କୁ ରକ୍ତଜୁଡ଼ୁବୁ‍ଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ରାଜେନ୍ଦ୍ରଙ୍କୁ ମରଣାନ୍ତକ ଆକ୍ରମଣ ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ତେବେ ରାଜେନ୍ଦ୍ରଙ୍କୁ ଦୁର୍ବୃତ୍ତମାନେ କାହିଁକି ଓ କେଉଁ କାରଣ ପାଇଁ ଆକ୍ରମଣ କଲେ ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking