ଭୁବନେଶ୍ୱର: ସହିଦନଗରରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ। ସଂଘବଦ୍ଧ ଆକ୍ରମଣରେ ପରେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଯୁବକଙ୍କ ପରିଚ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁସାରେ, ପାନ ଦୋକନ ଆଗରେ କୌଣସି କାରଣରୁ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରି ୩ ଜଣଙ୍କୁ ଗିରଫ କରିଛି । ତେବେ କିଏ ଏବଂ କେଉଁ କାରଣରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।










