ପାଟଣା : କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଦଳେଇ ସାହି ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ତାଙ୍କ ଉପରେ ଚଢି ଯାଇଥିଲା।
ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳି ପାରି ନଥିବା ବେଳେ ବ୍ୟକ୍ତି ଜଣକ ଏକ ଲୁଙ୍ଗି ପିନ୍ଧିଛନ୍ତି । ଖବର ପାଇ ଢେଙ୍କିକୋଟ ପୁଲିସ ଘଟଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଶବକୁ ଜବତ କରି ଘଟଣାର ତଦନ୍ତ କରୁଛି।