27.1 C
Bhubaneswar
Sunday, September 22, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ

ଖୋର୍ଦ୍ଧା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଖୋର୍ଦ୍ଧା ବୈଦଶ୍ୱର ଥାନା ଅଞ୍ଚଳର ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଖୋର୍ଦ୍ଧା ଆଦର୍ଶ ଥାନା ଚଣ୍ଡିଚୁଆ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌ ଆରୋହୀଙ୍କ ଧକ୍କା ଦେଇଥିଲେ ଟ୍ରକ । ଯାହାଫଳରେ ଏହି ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ବୈଦେଶ୍ୱର ଥାନା ଅଞ୍ଚଳର ବୋଲି ସୂଚନା ମିଳୁଛି ।

ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ରିପୋର୍ଟ ଆସିବା ପରେ ସଂପୂର୍ଣ୍ଣ ତଥ୍ୟ ଜଣାପଡିବ ବୋଲି ଆଶା କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking