29.1 C
Bhubaneswar
Saturday, July 27, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଅନୁଗୁଳ : ଆଜି ଟ୍ରକ୍‌ ଦୁର୍ଘଟଣାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବଅଁରପାଳ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ସୁନୀତା ସାହୁ ନାମକ ଜଣେ ମହିଳା ଏକ ସ୍କୁଟିରେ ବଅଁରପାଳରୁ ତାଳଚେର ଅଭିମୁଖେ ଯାଉଥିବା ସମୟରେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁନୀତାଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କରେ ଖବର ପାଇ ବଅଁରପାଳ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ ଅଟକି ରହିଛି। ସ୍ଥାନୀୟ ତହସିଲଦାର ଓ ପୋଲିସ ଉତ୍ତେଜିତ ଲୋକଙ୍କୁ ବୁଝଶୁଝା କରି ଯାତାୟାତ ସ୍ବାଭାବିକ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking