42.1 C
Bhubaneswar
Saturday, April 27, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଭୁବନେଶ୍ୱର : ଭୁବନେଶ୍ୱରର ଡମାଣା-ପଟିଆ ରାସ୍ତା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ ଦୁର୍ଘଟଣାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଡମଣା ପଟିଆ ରାସ୍ତାର ରଙ୍ଗ ରୁଟରେ ଯାଉଥିବା ଏକ ବାଇକ ଚାଳକ ଉପରେ ବିପରୀତ ପଟୁ ଆସୁଥିବା ଏକ ଗ୍ୟାସ ବୋଝେଇ ଟ୍ରକ ଚଢି ଯାଇଥିଲା । ଦୁର୍ଘଟଣାର ମାତ୍ରା ଏତେ ଅଧିକ ଥିଲା ଯେ ଘଟଣା ସ୍ଥଳରେ ହିଁ ବାଇକ ଚାଳକଙ୍କ ଜୀବନ ଚାଲିଯାଇଥିଲା । ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲରେ ପଠାଇଥିଲେ । ତେବେ ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଘଟଣା ସ୍ଥଳରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking