32.1 C
Bhubaneswar
Thursday, May 2, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା କୋଇଲା ବୋଝେଇ ଟ୍ରକ୍। ଫଳରେ ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତି ଜଣଙ୍କ ହେଲେ କାଠ ସଂଗଡା ଗାଁର ବୋଲି ଜଣାପଡିଛି। ଏହି ଦୁର୍ଘଟଣା ପରେ ପରିବାର ଲୋକେ ଓ ଗ୍ରାମବାସୀ ମୃତଦେହକୁ ରାସ୍ତା ଉପରେ ରଖି କ୍ଷତିପୂରଣ ଦାବିରେ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ସୂଚନା ଅନୁସାରେ, ସାଇକେଲ ଆରୋହୀ ଜଣଙ୍କ ଆଜି ସକାଳେ ବାଲେଶ୍ୱର ଅଭିମୁଖେ ସାଇକେଲରେ ଯାଉଥିଲେ। ତେବେ ଠିକ ସେହି ସମୟରେ ବୀପରିତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣରେ ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ତେବେ ଟ୍ରକ୍ ଡ୍ରାଇଭର ଦୁର୍ଘଟଣା ଘଟାଇବା ପରେ ଗାଡ଼ି ନେଇ ଚମ୍ପଟ ମାରିଥିଲା। ତେଣୁ ସ୍ଥାନୀୟ ଲୋକେ ଟ୍ରକକି ପିଛା କରି ଗାଡି ଏବଂ ଟ୍ରକ ଡ୍ରାଇଭରଙ୍କୁ ପୋଲିସ ଜିମାରେ ଦେଇଥିଲେ। ଏହାପରେ ପୋଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଘଟଣା ବାବଦରେ ଅଧିକ ପଚରାଉଚରା କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking