29.1 C
Bhubaneswar
Sunday, May 5, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଖୋର୍ଦ୍ଧା : ଟ୍ରକ କୁ ଧକ୍କା ଦେଲା ଟ୍ରକ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ମାଲ ବୋଝେଇ ଟ୍ରକ ରାସ୍ତାରେ ଛିଡ଼ା ହୋଇଥିଲା। ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିବାବେଳେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଯୋଗୁ ଘଟଣା ସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିଲାବେଳେ ଟ୍ରକ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଛି । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଜଣାଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଗୁରୁତର ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking