27.1 C
Bhubaneswar
Saturday, June 28, 2025
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ବରେଲୀରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଫ୍ଲାଏଓଭରରୁ ଏକ ଯାତ୍ରୀବାହୀ ବସ୍ ତଳକୁ ଖସିପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ ବସ୍‌ଟି ଦିଲ୍ଲୀରୁ ଫେରୁଥିବାବେଳେ ଫତେହଗଞ୍ଜ ଥାନା ନିକଟରେ ଥିବା ଫ୍ଲାଏଓଭରରୁ ଭାରସାମ୍ୟ ହରାଇ ଖସିପଡିଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ମେରଠ ନିବାସୀ ପ୍ରେମ୍ କିଶନ ବୋଲି ଜଣାପଡିଛି। ତେବେ ଘଟଣା ଘଟିବା ପରେ ଜିଲ୍ଲାପାଳ ହସ୍ପିଟାଲରେ ପହଞ୍ଚି ସମସ୍ତ ଆହତଙ୍କ ସ୍ଵାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ସହ ଯଥାସମ୍ଭବ ଚିକିତ୍ସା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking