ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସୋମବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି କାର । ଫଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଯାଇଛି । ସୂଚନା ଅନୁସାରେ, କାରଟି ଦ୍ରୁତଗତିରେ ଆସି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଜାରି କରିଛି ।