42.1 C
Bhubaneswar
Saturday, April 27, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘରକୁ ଫେରୁଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟି ହେଲା ବାଇକ। ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଆଳିମ ଗାଁର ଦେବରାଜ ଭୋଇ ଓ ଜଣେ ନାବାଳକ ଅଭୟ ଦୋରା ବାଇକ୍‌ରେ କୌଣସି କାମରେ ଯାଇଥିଲେ। ମଧ୍ୟାହ୍ନରେ ସେମାନେ ଘରକୁ ଫେରୁଥିବା ବେଳେ ଗାଁ ନିକଟରେ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପଟି ହୋଇଯାଇଥିଲେ। ଘଟଣା ସ୍ଥଳରେ ଦେବରାଜଙ୍କ ମୃତ୍ୟୁ ଘଟିଥିଲା। ତେବେ ସ୍ଥାନୀୟ ଲୋକେ ନାବାଳକକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେସିଙ୍ଗା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। କେସିଙ୍ଗା ଥାନା ପୁଲିସ ମୃତଦେହ ଜବତ ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking