34.1 C
Bhubaneswar
Wednesday, May 1, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

କେନ୍ଦୁଝର : କେନ୍ଦୁଝର ଧୂର୍ମଦା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ୨୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱର୍ରେ ଥିବା ଏକ ଦୋକାନ ନିକଟରେ ଛିଡ଼ା ହୋଇଥିବା ବେଳେ ଟ୍ରକଟି ଭାରସାମ୍ୟ ହରାଇ ମାଡ଼ିଯିବାରୁ ଦୁର୍ଘଟଣା ଘଟିଥିଲା । ଏହା ସହ ଏକ ବାଇକକୁ ଧକ୍କା ଦେବାରୁ ବାଇକଟି ଜଳିପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ସୂଚନା ଅନୁସାରେ, ଟ୍ରକଟି ପ୍ରଥମେ ତାପସ ନାଏକ ନାମକ ଜଣେ କିନ୍ନରକୁ ଧକା ଦେଇ ଖସିଯିବାକୁ ଉଦ୍ୟମ କରିବା ବେଳେ ରାସ୍ତା ପାର୍ଶ୍ୱର୍ରେ ଛିଡ଼ା ହୋଇଥିବା ବାଇକ ଉପରେ ମାଡ଼ି ଯାଇଥିଲା । ବାଇକରେ ଥିବା ଲାଲମୋହନ ବେହେରାଙ୍କ ସମେତ ତାପସ ନାଏକଙ୍କ ମୃତ୍ୟୁ ହୋଇଛି । ବାଇକରେ ଥିବା ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking