30.1 C
Bhubaneswar
Monday, May 20, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳେ ରାସ୍ତା ପାରି ହେଉଥିବା ବେଳେ ୨ଜଣଙ୍କ ଉପରେ ଟ୍ରକ୍‌ ମାଡ଼ି ଯାଇଥିଲା । ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣେ ମହିଳା ହୋଇଥିବା ବେଳେ ଅନ୍ୟ ଜଣେ ପୁରୁଷ ବୋଲି ଜଣାପଡ଼ିଛି। ସେମାନଙ୍କ ପରିଚୟ ମଳିନାହିଁ। ଆଜି ସକାଳେ ପୁରୁଷ ଓ ମହିଳା ଜଣଙ୍କ ପଳାଶୁଣି ଛକରେ ରାସ୍ତାପାର ହେଉଥିଲେ। ଏହି ସମୟରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଆସୁଥିବା ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ଉଭୟଙ୍କୁ ଧକ୍କା ଦେଇଥିଲା। ପରେ ୫୦୦ ମିଟର ବାଟ ଘୋଷାଡି ନେଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତରସେମାନଙ୍କୁ ମୃତ ଘୋଷଣା କରିଥିଲେ। ମଞ୍ଚେଶ୍ୱରେ ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି କ୍ୟାପିଟାଲ ହସପିଟାଲକୁ ପଠାଇଛିସ ଓ ଘଟଣା ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking