କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ୪ ଜଣ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଦୁଇଟି ବାଇକତ ମୁହାଁମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ ଗାଦାବାଗୁଡା ଗାଁର ଅଭି ମଣିକିଆ ଓ ଶରତ ତାଡିଙ୍ଗି । ଆହତଙ୍କୁ ପ୍ରଥମେ ନାରାୟଣ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ଗୋଟିଏ ବାଇକରେ ୪ ଜଣ ଓ ଅନ୍ୟ ବାଇକରେ ୨ ଜଣ ଥିଲେ । ଦୁର୍ଘଟଣାରେ ୨ ଜଣଙ୍କ ପ୍ରାଣହାନି ହୋଇଛି ।










