25.1 C
Bhubaneswar
Wednesday, October 23, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ସୋନପୁର : ଗତକାଲି ବିଳମ୍ବିତ ରାତିରେ ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲା ନିକଟରେ ଏକ ବାଇକ୍‌ ଯୋଗେ ଦୁଇଜଣ ଘରକୁ ଫେରୁଥିଲେ । ହେଲେ ବାଟରେ କାଳ ବସିଲା ଭଳି ସେହିସମୟରେ କୌଣସି କାରଣରୁ ବାଇକଟି ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଏହି ଦୁର୍ଘଟଣାରେ ଉଭୟ ରାସ୍ତା କଡ଼କୁ ଛିଟିକି ହୋଇ ପଡ଼ିଥିଲେ । ଯାହାଫଳରେ ଦୁହିଁଙ୍କର ଅବସ୍ଥା ଗୁରୁତର ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଜଣାଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । କିନ୍ତୁ ଦୁର୍ଭାଗ୍ୟବଶତଃ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking