ଇସଲାମବାଦ: ପାକିସ୍ତାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ-କାର ମୁହାଁମୁହିଁ ଧକ୍କା ହେବାପରେ ଖାଇକୁ ଖସିବାରୁ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଥିବା ସୂଚନା । ମଙ୍ଗଳବାର ଖୋଇସ୍ଥାନ ଜିଲ୍ଲାର ଖୈବର ପଖତୁନଖ୍ୱାରରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା । ଏନେଇ ସ୍ଥାନୀୟ ଗଣମାଧ୍ୟମ ତରଫରୁ ସୂଚନା ଦିଆଯାଇଛି । ଏନେଇ ସ୍ଥାନୀୟ ପୋଲିସ ପକ୍ଷରୁ କୁହାଯାଇଛି, “ଯାତ୍ରୀବାହୀ ବସଟି ଗିଲଗିଟରୁ ରାୱଲ ପିଣ୍ଡି ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା ।
ଫଳରେ ଭାରସାମ୍ୟ ହରାଇ ଉଭୟେ ଖାଇକୁ ଖସି ପଡିଥିଲେ । ” ଗିଲ୍ଗିଟ୍-ବାଲଟିସ୍ତାନ ମୁଖ୍ୟମନ୍ତ୍ରୀ ଖାଲିଦ ଖୁରସିଦ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କୁ ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ କୋଣ୍ଟ୍ରୋଲ ରୁମର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହାସହ ପାକିସ୍ତାନ ପ୍ରଧାନମନ୍ତ୍ରୀ ସେହେୱାଜ ସରିଫ ମଧ୍ୟ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ଦୁଃଖପ୍ରକାଶ କରିବା ସହ ଆହକ୍ଷ ଏବଂ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏନେଇ ସ୍ଥାନୀୟ ଗଣମାଧ୍ୟମ ତରଫରୁ ସୂଚନା ଦିଆଯାଇଛି ।ଖବରପାଇ ପୋଲିସ ଏବଂ ରେସକ୍ୟୁ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତକ ଏବଂ ଆହତଙ୍କୁ ଉଦ୍ଧାର କରିବା ସହ ଆରଏଚସି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ତେବେ ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ପ୍ରାଣ ହରାଇଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ତେବେ ରାତି ସମୟ ସହ ଖାଇରେ ଅନ୍ଧାର ହୋଇଥିବା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଥିବା ନେଇ ସ୍ଥାନୀୟ ପୋଲିସ ତରଫରୁ ସୂଚନା ଦିଆଯାଇଥିଲା ।