30.1 C
Bhubaneswar
Friday, May 3, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର କନୌଜରେ ଡିଭାଇଡର୍‌ କୁ ଭାଙ୍ଗି ଏକ ଯାତ୍ରୀବାହୀ ବସ୍ , ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ଜୀବନ ଚାଲିଯାଇଛି । ଯାତ୍ରୀବାହୀ ବସ୍ ପ୍ରାୟ  ୪୦ ଜଣ ଯାତ୍ରୀଙ୍କୁ ଗୋରଖପୁରରୁ ଦିଲ୍ଲୀ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଯାତ୍ରୀବାହୀ ବସ୍ ଟି ଭାରସ୍ୟାମ ହରାଇ ଡିଭାଇଡର୍‌ କୁ ଭାଙ୍ଗି ରାସ୍ତାର ବିପରୀତ ପାର୍ଶ୍ବରେ ଯାଉଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଦୁଇଟି ଗାଡି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହେବାସହିତ ପ୍ରାୟ  ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ମୃତଦେହକୁ ଉଦ୍ଧାର କରିବା ସହିତ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲା ।  ପୋଲିସ ଏହି ଘଟଣାର ଅଧିକ ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking