32.1 C
Bhubaneswar
Saturday, September 28, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ବାଲେଶ୍ୱର : ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ  ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଖସିଲା ଏକ ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ୨୩ ଆହତଙ୍କ ମଧ୍ୟରୁ ୧୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଉତ୍ତର ପ୍ରଦେଶର ୫୭ ଜଣ ତୀର୍ଥ ଯାତ୍ରୀ ‘କ୍ରିଷ୍ନା’ ନାମକ ଏକ ତୀର୍ଥ ଯାତ୍ରୀ ବସ୍‌ ଯୋଗେ  ପୁରୀ ବାହାରିଥିଲେ। ସେମାନେ ଗତ ୧୮ ତାରିଖରୁ ଉତ୍ତରପ୍ରଦେଶରୁ ବାହାରିଥିଲେ। ଗତକାଲି ରାତିରେ ବସ୍‌ଟି କଲିକତାରୁ ପୁରୀ ଅଭିମୁଖେ ବାହାରିଥିଲା।ମାତ୍ର ରାତି ପ୍ରାୟ ଗୋଟାଏ ସମୟରେ ୬୦ ନମ୍ବର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ବସ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଓଲଟି ପଡିଥିଲା ।ଖବର ପାଇ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ୟାନ୍‌ , ଜଳେଶ୍ୱର ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଥିଲେ। ତୁରନ୍ତ ବସ୍‌ରୁ ଆହତ୨୩ ଜଣଙ୍କୁ ଉଦ୍ଧାର କରି ପ୍ରଥମେ ଜଳେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩ ପୁରୁଷ ଓ ଜଣେ ମହିଳା ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking